175 Views
ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ ୭ଟି ଜିଲ୍ଲାକୁ କୁହୁଡି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ରହିଛି। ୫ରୁ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
୮ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ କୁକୁଡିର ପ୍ରଭାବ ଏତେ ରହିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିବା ବେଳେ ୬ଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ବରଗଡ଼, ଝାରସୁଗୁଡା ଓ ନୂଆପଡ଼ା ଆଦି ରହିଛି। ସେହିପରି ୯ରୁ ୧୦ ତାରିଖ ମଧ୍ୟରେ ରାଜ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି।ଗତଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶୀତୁଆ ପବନ ବୋହୁଥିଲା। ଆଜି ପାଗ ଶୁଖିଲା ରହିଛି। ବର୍ତ୍ତମାନ ସୁଦ୍ଧା ମାଲକାନଗିରିରେ ୨୯.୦ଡିଗ୍ରି ସେଲସିୟସ୍ ସର୍ବାଧିକ ତାପମାତ୍ରା ଥିବା ବେଳେ ଟିଟଲାଗଡ଼ରେ ୧୧.୦ ଡିଗ୍ରି ସେଲସିୟସ୍ ସର୍ବନିମ୍ନ ତାପମାତ୍ରା ରହିଛି।

