Sun. Jul 5th, 2026

କୋଟପାଡ଼ ନିର୍ବାଚନମଣ୍ଡଳୀର କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ଯୋଗ ଦେଲେ

324 Views

ଭୁବନେଶ୍ୱର : କୋରାପୁଟ ଜିଲ୍ଲା କୋଟପାଡ଼ ନିର୍ବାଚନମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି ନେତା, କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ନବୀନ ନିବାସରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗ ଦେଇଥିଲେ। ସେମାନଙ୍କ ଯୋଗଦାନ କୋଟପାଡ଼ ନିର୍ବାଚନମଣ୍ଡଳୀ ସହିତ କୋରାପୁଟ ଜିଲ୍ଲାରେ ବିଜେଡିର ଶକ୍ତି ବୃଦ୍ଧିରେ ସହାୟକ ହେବ ବୋଲି ଶ୍ରୀ ପଟ୍ଟନାୟକ ଆଶାପ୍ରକଟ କରିଥିଲେ।

ଏହି ମିଶ୍ରଣ ପର୍ବରେ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା, ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ସାଂସଦ ବଳଭଦ୍ର ମାଝୀ, ଜିଲ୍ଲା ସଭାପତି ଈଶ୍ୱର ପାଣିଗ୍ରାହୀ, ଖଦି ବୋର୍ଡ ସଭାପତି ତେଜେଶ୍ୱର ପରିଡ଼ା, ସହ ପର୍ଯ୍ୟବେକ୍ଷକ ରାଜେନ୍ଦ୍ର ଆଚାର୍ଯ୍ୟ, ବରିଷ୍ଠ ନେତା ନାରାୟଣ ପାତ୍ର, ପୂର୍ବତନ କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାଳତୀ ମାଝୀ, କେଆର୍‌ଆଇଟି ଅଧ୍ୟକ୍ଷ ଅଶୋକ ପାଙ୍ଗୀ ଓ ଯୁବ ବିଜେଡି ଜିଲ୍ଲା ସଭାପତି ଅମିତ ଅଗ୍ରଓ୍ଵାଲ ପ୍ରମୁଖ ଉପସ୍ଥିତ ଥିଲେ।

By amfnews

Related Post