Mon. Nov 25th, 2024

କୋଟିପତି ଆଇଏଫଏସଙ୍କ ସହ ସମ୍ପର୍କ ହେଲା ମହଙ୍ଗା, ଦଳରୁ ବିଦା ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

By Prasanta Patnaik Nov 29, 2020 #Featured
184 Views

ଭୁବନେଶ୍ବର,ନଭେମ୍ବର ୨୯ : କୋଟିପତି ଆଇଏଫଏସଙ୍କ ସହ ସମ୍ପର୍କ ଅଭିଯୋଗ ଜଣାପଡିବା ପରେ ବିଭିନ୍ନ ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ବିଜୁ ଜନତା ଦଳର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରାଯାଇଛି ।

ପ୍ରଦୀପ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁରର ବିଧାୟକ । ଦଳ ପକ୍ଷରୁ ରବିବାର ଏକ ପ୍ରେସ ବିଜ୍ଞପ୍ତିରେ ପ୍ରଦୀପଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ସୂଚନା ଦିଆଯାଇଛି ।

ବିଭିନ୍ନ ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳ ଏହି ନିଷ୍ପତ୍ତି ନେଇଛି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବହିଷ୍କାର କରାଯାଇଛି  ।

By Prasanta Patnaik

Prasanta Patnaik is one of the senior-most media personalities of Odisha. He is also one of the first founder members of the Associated Media Foundation.

Related Post