Tue. Aug 18th, 2026
237 Views

ଚାନ୍ଦବାଲି :  ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ମତୋ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଗତକାଲି ସନ୍ଧ୍ୟାରେ ଏକ ଅଟୋ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ମହେଶ୍ୱର ଦାସ। ତାଙ୍କ ଘର କଣ୍ଡିଆ ସାହି ଗାଁରେ।

ଗତକାଲି ଏକ ଅଟୋରେ ୧୪ ଜଣ ଯାତ୍ରୀ  ମତୋରୁ ମାଧପୁର ଯାଉଥିଲେ। ଏହି ସମୟରେ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହିଁ ମହେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ  ଲୋକେ ଆହତମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଅମରେନ୍ଦ୍ର ଦାସ ନାମକ ବ୍ୟକ୍ତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

By amfnews

Related Post