Sun. Jul 5th, 2026

ଗୁରୁ ଦିବସକୁ କଳା ଦିବସ ଭାବେ ପାଳିବାକୁ ବେସରକାରୀ ଅନୁଦାନ ଓ ଅଣ ଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘର ଚେତାବନୀ

195 Views

ଭୁବନେଶ୍ବର  : ସରକାର ସମସ୍ୟା ସମାଧାନ ନ କଲେ ଆସନ୍ତା ‘ଗୁରୁ ଦିବସ’କୁ କଳା ଦିବସ ଭାବରେ ପାଳନ କରାଯିବ ବୋଲି ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣ ଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ ଚେତାବନୀ ଦେଇଛି । ୨୦୦୮ ଜୁନ୍ ୧ରୁ ୨୦୧୩ ନଭେମ୍ବର ୩୦ ପର୍ଯ୍ୟନ୍ତ ସରକାରୀ କର୍ମଚାରୀ ଅନ୍ତର୍ଭୁକ୍ତ ହୋଇନଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ଏହି ଚେତାବନୀ ଦେଇଛନ୍ତି।

ସେମାନେ କହିଛନ୍ତି ଯେ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ସେମାନଙ୍କୁ ବିଭିନ୍ନ ମହାବିଦ୍ୟାଳୟ ଦ୍ୱାରା ନିଯୁକ୍ତି ଦିଆଯାଇଛି। ଓଡ଼ିଶାର ପ୍ରାୟ ୩ଶହ ମହାବିଦ୍ୟାଳୟର ୩ ହଜାର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସ୍ୱଳ୍ପ ବେତନରେ ଦୀର୍ଘ ୧୧ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ, ୭ଘଣ୍ଟା କାର୍ଯ୍ୟ କରୁଥିବା ବାୟୋମେଟ୍ରିକ୍ ମେସିନରେ ପ୍ରମାଣ ରହିଛି।
ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କୁ ସ୍ଥାୟୀ କରିବା ପାଇଁ ରାଜ୍ୟ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଛି। କିନ୍ତୁ ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ଏମାନଙ୍କୁ ସରକାରୀ କର୍ମଚାରୀ ଅନ୍ତର୍ଭୁକ୍ତ କରିନାହାନ୍ତି। ତେଣୁ ଚାକିରି ସର୍ତ୍ତାବଳୀ ସହ ପୂର୍ଣ୍ଣ ଅନୁଦାନ ଦିଆନଗଲେ ଏହି ଗୁରୁ ଦିବସକୁ କଳା ଦିବସ ଭାବେ ପାଳନ କରାଯିବ। ଏହାସହ ଆଗକୁ ଆନ୍ଦୋଳନ ଜୋରଦାର ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।

By amfnews

Related Post