Sat. Mar 7th, 2026

ଘର ସହ ଜିଅନ୍ତା ଜଳିଗଲେ କିରାଣି

205 Views

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅନ୍ତର୍ଗତ ସଢ଼ା ଛକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଘରଟି ସମ୍ପୂର୍ଣ୍ଣ ଜଳି ଯାଇଛି। ମୃତ ବ୍ୟକ୍ତିଙ୍କ ନାଁ ସୁକଦେବ ମୁଣ୍ଡା। ସେ ଆନନ୍ଦପୁର ତହସିଲରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିଲେ। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ପୁଲିସ୍ ଘଟଣାର ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସୁକଦେବ ଶୋଇଥିବା ବେଳେ ଘରେ ନିଆଁ ଲାଗିଯାଇଥିଲା।

By amfnews

Related Post