Sat. Sep 5th, 2026

ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌

191 Views

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବୁର୍ଲାର କଟାପାଲି ଛକରେ ଟ୍ରକ୍ ଧକ୍କାରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏଥିରେ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ବସ୍‌ ଡ୍ରାଇଭର୍ ଓ ହେଲ୍‌ପର୍ ଅଛନ୍ତି।

ଆଜି ସକାଳେ ବସ୍‌ଟି ଜୟପୁରରୁ ସମ୍ବଲପୁର ଆସୁଥିଲା। ତେବେ କଟାପାଲି ଛକ ନିକଟରେ ଏକ ଟ୍ରକ୍ ଏହାକୁ ପଛ ପଟୁ ଧକ୍କା ଦେଇଥିଲା। ଏହା ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ପରେ ବସ୍‌ଟିକୁ କ୍ରେନ୍ ସାହାଯ୍ୟରେ ଉଠାଯାଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ପୁଲିସ୍ ଜବତ କରିଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛି। ପୁଲିସ୍‌  ଘଟଣାର ତଦନ୍ତ କରୁଛି।

By amfnews

Related Post