Fri. Jul 3rd, 2026
192 Views

ପାରାଦୀପ : କଟକ-ପାରାଦୀପ ରାସ୍ତାର ଲୋକନାଥ ଗଡ଼ା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ କାର୍‌ଟିଏ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତକ ହେଲେ ସାରଦା ପ୍ରସନ୍ନ ସ୍ୱାଇଁ। ତାଙ୍କ ଘର ପାରାଦୀପର ନୂଆବଜାର ଅଞ୍ଚଳରେ।

ଆହତ ଶିବ ପ୍ରସାଦ ସିଂ ଓ ଦୀପକ ଜେନାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ଥିବା ବେଳେ ବିଜୟ କୁମାର ସାହୁଙ୍କୁ ଅଠରବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କୁ ଛାଡ଼ି ଦିଆଯାଇଛି।

ସୂଚନା ଅନୁଯାୟୀ, କଟକ-ପାରାଦୀପ ରାସ୍ତାର ଲୋକନାଥ ଗଡ଼ା ନିକଟରେ ଟ୍ରକ୍‌ଟି ରାସ୍ତାକଡ଼ରେ ଠିଆ ହୋଇଥିଲା। ଏହି ସମୟରେ କାର୍‌ଟି ଆସି ତା’ ପଛରେ ପିଟି ହୋଇଥିଲା। ଘଟଣାସ୍ଥଳରେ ହିଁ ସାରଦାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନା ନେଇଥିଲା। ସେହିପରି ସାରଦାଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଥିଲା। ତେବେ ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଥିଲା।

By amfnews

Related Post