Sat. Mar 7th, 2026

ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନର ଧର୍ମଘଟ ଡାକରା

249 Views

ଭୁବନେଶ୍ୱର: ଆଜି ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ। କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ମୋଟର ଭେଇକିଲ୍ ଆକ୍ଟ ୧୯୮୮ର ସଂଶୋଧନକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି।

ଏହି ଆନ୍ଦୋଳନ ଫଳରେ ଦେଶବ୍ୟାପୀ ମାଲ୍ ଓ ଯାତ୍ରୀ ପରିବହନ ସେବା ମଧ୍ୟ ବାଧାପ୍ରାପ୍ତ ହେବା ଆଶଙ୍କା କରାଯାଉଛି। ପରିବହନ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟକୁ ଅଲ୍ ଓଡ଼ିଶା ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ ସମର୍ଥନ କରିଛି। ସେହିଭଳି ନିଖିଳ ଓଡ଼ିଶା ଟାକ୍ସି-ଅଟୋ ମହାସଂଘ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରିବ ବୋଲି ଘୋଷଣା କରିଛି।

ତେବେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଏହି ଆନ୍ଦୋଳନରେ ସାମିଲ ହେବା ନେଇ କୌଣିସ ନିଷ୍ପତ୍ତି ନେଇନି। ତେଣୁ ରାଜ୍ୟରେ ଘରୋଇ ବସ୍ ଚଳାଚଳ ସ୍ୱାଭାବିକ ରହିବ ବୋଲି ଜଣାପଡ଼ିଛି।

By amfnews

Related Post