Sun. Jul 26th, 2026

ତୃତୀୟ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଛନ୍ତି ବିଧାନସଭା କର୍ମଚାରୀ

420 Views

ଭୁବନେଶ୍ୱର : ଓଡ଼ିଶାରେ ଗତକାଲି ତୃତୀୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ତାଙ୍କ ସଂସ୍ପର୍ଶରେ ଜଣେ ବିଧାନସଭା କର୍ମଚାରୀ ଆସିଛନ୍ତି। ସେଥିପାଇଁ ୩୦ ତାରିଖରେ ଲୋକସଭା ଭବନରେ ବିଧାନସଭା ବସିବ ଓ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ। ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଗତକାଲି ରାତିରେ ଆମେ ଜାଣିବାକୁ ପାଇଲୁ ଯେ ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ରୋଗୀ ସଂସ୍ପର୍ଶରେ ଆସିଛନ୍ତି। ତେଣୁ ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟିନାରେ ରହିବା ପାଇଁ କୁହାଯାଇଛି। ତା’ସହିତ ବିଧାନସଭା ବିଲ୍ଡିଂକୁ ଡିସ୍‌ଇନ୍‌ଫେକ୍ସନ କରିବା ମଧ୍ୟ ଆବଶ୍ୟକ ହୋଇପଡ଼ିଛି।

ବାଚସ୍ପତି ଆହୁରି କହିଛନ୍ତି ଯେ ଲୋକସେବା ଭବନ କନ୍‌ଭେନ୍‌ସନ୍ ହଲ୍‌ରେ ବିଧାନସଭା ବସିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକମାନେ ଦୁଇ ମିଟର ଦୂରରେ ବସିବେ। ତେଣୁ ସବୁ ଦଳର ନେତାଙ୍କୁ ସେମାନଙ୍କ ଦଳର ୩୦ ପ୍ରତିଶତ ବିଧାୟକଙ୍କୁ ନେଇକି ଆସିବାକୁ କୁହାଯାଇଛି। ସେହିଭଳି ବିଧାୟକମାନଙ୍କୁ ନଅଟକାଇବାକୁ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଜଣାଇ ଦେଇଛୁ।

By amfnews

Related Post