Sat. Mar 7th, 2026

ଦଶହରା ବେଳକୁ ବର୍ଷା ହେବ କି? ଜାଣନ୍ତୁ, କ’ଣ କହୁଛି ପାଣିପାଗ ବିଭାଗ

184 Views

ଭୁବନେଶ୍ୱର : ଦଶହରା ବେଳକୁ ରାଜ୍ୟରେ ଅଳ୍ପ ବର୍ଷା ହୋଇପାରେ। ତେବେ ଏହା ପୂଜାକୁ ଫିକା କରିବ ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଜାରି ରହିଥିବା ବେଳେ ଆଜି ପାଣିପାଗ କେନ୍ଦ୍ର ପକ୍ଷରୁ ଏଭଳି ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, “ଆଜିଠୁ କୌଣସି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ନାହିଁ। କେବଳ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।”

ସେ ଆହୁରି କହିଛନ୍ତି,“ଓଡ଼ିଶା ଉପରେ ମୌସୁମୀ ଥିବାରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଦଶହରାର ଷଷ୍ଠୀ, ସପ୍ତମୀ ଓ ଅଷ୍ଟମୀ ପୂଜା ସମୟରେ ଅପରାହ୍ଣରେ ସ୍ୱଳ୍ପ ବର୍ଷା ହୋଇପାରେ।”

By amfnews

Related Post