Mon. Oct 5th, 2026

ଦୁଇଦିନ ଗ୍ରୀଷ୍ମ ପ୍ରବାହ ପରେ ଏସବୁ ଜିଲ୍ଲାରେ କଳାବୈଶାଖୀ ସମ୍ଭାବନା

373 Views

ଭୁବନେଶ୍ୱର : ରାଜ୍ୟରେ ରବିବାର ଠାରୁ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ। ଦକ୍ଷିଣ ପଶ୍ଚିମ ଦିଗରୁ ତତଲା ପବନ ବି ବହିବ। ତେବେ ଆଜି ଓ ଆସନ୍ତାକାଲି ଗ୍ରୀଷ୍ମ ପ୍ରବାହ ରହିବ ପୁଣି ମଙ୍ଗଳବାରରୁ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୭ ତାରିଖରେ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧାରେ କାଳବେଶାଖୀ ଜନିତ ବର୍ଷା ପବନ ହେବାର ସମ୍ଭାବନା ରହିଛି। ସେହିପରି ୨୮ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳ ଆଦି ସ୍ଥାନରେ କାଳବୈଶାଖୀ ହୋଇପାରେ।

ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ମାଲକାନଗିରିରେ ରେକର୍ଡ ହୋଇଛି। ସେଠାରେ ପାରଦ ୪୦ଡିଗ୍ରି ଛୁଇଁଛି। ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୬ଡିଗ୍ରି ରହିଛି।

By amfnews

Related Post