Tue. Oct 6th, 2026
198 Views

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଧାମରା ବନ୍ଦରର ନୂଆ ଟର୍ମିନାଲରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଗଚ୍ଛିତ ସ୍ଲାବ ଓ ଅନ୍ୟାନ୍ୟ ସାମଗ୍ରୀ ଜଳିଯାଇଛି।

ଖବର ପାଇ ଦୁଇଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡ଼ିନାହିଁ। ଗ୍ୟାସ୍ ଲିକ୍ ହେବା ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ତେବେ ଏଥିରେ କୌଣସି କର୍ମଚାରୀଙ୍କ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ।

By amfnews

Related Post