Wed. Sep 30th, 2026

ନବୀନଙ୍କୁ ଭେଟିଲେ ପ୍ରଖ୍ୟାତ ଚଳଚ୍ଚିତ୍ର ତାରକା କମଲ ହାସନ୍

241 Views

ଭୁବନେଶ୍ବର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଖ୍ୟାତ ଚଳଚ୍ଚିତ୍ର ତାରକା କମଲ ହାସନ୍ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ସନ୍ଧ୍ୟାରେ ବେଶ୍ କିଛି ସମୟ ଆଲୋଚନା ହୋଇଥିଲା। ପରେ କମଲ ହାସନ ଗଣମାଧ୍ୟମକୁ କହିଥିଲେ, ଶ୍ରୀ ପଟ୍ଟନାୟକଙ୍କ ସହିତ ତାଙ୍କର ରାଜନୈତିକ ପ୍ରସଙ୍ଗରେ ଆଲୋଚନା ହୋଇଛି। ନବୀନ ପଟ୍ଟନାୟକଙ୍କୁ ପାଖରୁ ଦେଖିବାକୁ ସୁଯୋଗ ମିଳିଲା । ତାଙ୍କର ସଫଳ ରାଜନୈତିକ କ୍ୟାରିୟର ଅନ୍ୟମାନଙ୍କ ପାଇଁ ପ୍ରେରଣା । ତାମିଲନାଡୁକୁ ଅଧିକ ସଫଳ ଓ ସମୃଦ୍ଧ କରିବା ଆମର ଲକ୍ଷ୍ୟ ବୋଲି ଆଞ୍ଚଳିକ ଦଳ ମକ୍କଲ ନିଧି ମୟମର ମୁଖ୍ୟ ତଥା ସାଉଥ ସୁପରଷ୍ଟାର କମଲ ହାସନ କହିଥିଲେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ କହିଥିଲେ, ‘କମଲ ହାସନ ଭୁବନେଶ୍ୱର ଆସିଥିବାରୁ ମୁଁ ଖୁସି। କମଲ ହାସନଙ୍କ ସଫଳ ରାଜନୈତିକ ଭବିଷ୍ୟତ କାମନା କରୁଛି ।’

By amfnews

Related Post