Sun. Mar 8th, 2026

ନିଖୋଜ ପ୍ରଧାନଶିକ୍ଷକଙ୍କ ଗଳିତ ମୃତଦେହ ଉଦ୍ଧାର

183 Views

ବାଙ୍କୀ : କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଖମାରଙ୍ଗ ଗାଁ ନିକଟସ୍ଥ ମହାନଦୀ ପଠାରୁ ନିଖୋଜ ପ୍ରଧାନଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ନିମାଇଁ ଚରଣ ମହାପାତ୍ର। ତାଙ୍କ ଘର ବାଙ୍କୀର ସାହାଡ଼ାପଦ ଗାଁରେ। ସେ ସିଂହନାଥପୁର ଇଉଜିଏମଇ ସ୍କୁଲରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ନିମାଇଁ ଗତ ତିନିଦିନ ତଳେ ନିଖୋଜ ହୋଇଯାଇଥିଲେ। ଏନେଇ ତାଙ୍କ ପରିବାର ଲୋକେ ଗତକାଲି ବାଙ୍କୀ ଥାନାରେ ଅଭିଯୋଗ କରିଥିଲେ। ଆଜି ସକାଳେ ପ୍ରଧାନଶିକ୍ଷକଙ୍କ ଗଳିତ ମୃତଦେହ ମହାନଦୀ ପଠାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

By amfnews

Related Post