184 Views
ନୂଆଦିଲ୍ଲୀ : ପଶ୍ଚିମ ଓଡିଶା ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଛନ୍ତି କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ । ହାଇକୋର୍ଟର ମୁଖ୍ୟବିଚାରପତିଙ୍କ ସହ ଆଲୋଚନା କରି ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଓଡ଼ିଶା ସରକାରଙ୍କୁ ପରାମର୍ଶ ଦେଇଛନ୍ତି ରବିଶଙ୍କର ।
ଏଥିସହ ହାଇକୋର୍ଟ ବେଞ୍ଚ ସ୍ଥାପନ ନେଇ ସ୍ଥାନୀୟ ଅଂଚଳରେ ଲୋକଙ୍କ ଅସନ୍ତୋଷ ବଢ଼ୁଥିବାରୁ ପ୍ରଶାସନିକ ଓ ବିଚାରବିଭାଗୀୟ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଚିଠିରେ ଦର୍ଶାଇଥିଲେ ନବୀନ ।