Sat. Mar 7th, 2026

ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ଜାରି: ମେ ୧୩ରେ ଭୋଟ ଗ୍ରହଣ

220 Views

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସାନି ବିଜ୍ଞପ୍ତି ଜାରି କରିଛନ୍ତି । ଅଧିକାରୀଙ୍କ ସୂଚନା ମୁତାବକ ପିପିଲି ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ମେ ୧୮ ତାରିଖ ସୁଦ୍ଧା ଶେଷ ହେବ। ଏପ୍ରିଲ ୨୬ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ। ଏପ୍ରିଲ ୨୭ ତାରିଖରେ ନାମାଙ୍କନ ଯାଞ୍ଚ ହେବ। ଏହାସହ ଏପ୍ରିଲ ୨୯ ତାରିଖକୁ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି।

ଏହାପରେ ମେ ମାସ ୧୩ ତାରିଖରେ ଭୋଟ ଗ୍ରହଣ ହେବ ଓ ୧୭ ତାରିଖରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି।

By amfnews

Related Post