Wed. Aug 12th, 2026

ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

469 Views

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ପହଞ୍ଚିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବେ। ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି। ଏଥିରେ ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ ଭାଷଣ ଦେଇଥିଲେ।

ସେଠାରୁ ସିଧା ବାଣୀବିହାର ଆସି ଉତ୍କଳ ବିଶ୍ବବିଦ୍ୟାଳୟ ପ୍ଲାଟିନମ ଜୁବୁଲିର ଉଦ୍ଯାପନୀ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଭବନକୁ ଫେରି କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ପ୍ରାୟ ୫ଟା ୨୦ରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

By amfnews

Related Post