158 Views
ବାଲେଶ୍ୱର : ବାଲେଶ୍ୱରରେ ବ୍ୟାପୁଛି ଡେଙ୍ଗୁ । ବିଶେଷ କରି ଜଳେଶ୍ୱର ଓ ବାଲିଆପାଳ ବ୍ଲକରେ ଏହାର ପ୍ରାଦ୍ରୁର୍ଭାବ ଦେଖିବାକୁ ମିଳିଛି । ଏହାକୁ ନେଇ ଜିଲ୍ଲାବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ଜଳେଶ୍ୱର ବ୍ଲକ ମହମ୍ମଦ ନଗର ପାଟଣାରେ ୧୫ ଦିନ ଭିତରେ ୨୦ରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏମାନେ ସମସ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।