141 Views
ଭୁବନେଶ୍ବର : ଲୋକସେବା ଭବନରୁ ଆଜି ବିଭିନ୍ନ ଥାନାକୁ ଫୋନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୋନ କରିବା ସହ ଭିଡିଓ କନଫରେନ୍ସିଂରେ ଥାନା ଅଧିକାରୀମାନଙ୍କ ସହ ଆଲୋଚନା କରୁଛନ୍ତି । ଏଥିପାଇଁ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ସହ ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପହଞ୍ଚିଛନ୍ତି । ୭୩ ତମ ସ୍ୱାଧୀନତା ଦିବସରେ ‘ମୋ ସରକାର’ କାର୍ଯ୍ୟକ୍ରମ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ‘ଫାଇଭ-ଟି’ କୁ ଭିତ୍ତି କରି ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ଦାୟିତ୍ୱସଂପନ୍ନ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଛି ‘ମୋ ସରକାର’ କାର୍ଯ୍ୟକ୍ରମ ।