Wed. Sep 16th, 2026

ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ, ଆରମ୍ଭ ହେବ ରଥକାଠ ଚିହ୍ନଟ ପ୍ରକ୍ରିୟା

387 Views

ପୁରୀ, ଏପ୍ରିଲ 19 :

ଆସନ୍ତା ଜୁଲାଇ ୧୨ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି ।

ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି । ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି ।

ତେବେ ୭୯୬ ଖଣ୍ଡରୁ ଆଜି ପର‌୍ୟ୍ୟନ୍ତ ମୋଟ ୬୨ଖଣ୍ଡ ବର୍ତ୍ତମାନ ସୁଦ୍ଧା ପୁରୀରେ ପହଂଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର‌୍ୟ୍ୟାୟ କ୍ରମେ ଆସି ପହଞ୍ଚିବ ।.. ଆସନ୍ତା ୨୧ରେ ଶ୍ରୀରାମ ନବମୀଠୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।…

By amfnews

Related Post