Tue. Mar 10th, 2026

ମାଇକେଲ ଦେବବ୍ରତ ପାତ୍ର ହେଲେ ଆରବିଆଇର ଡେପୁଟି ଗଭର୍ଣ୍ଣର

211 Views

ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି ମାଇକେଲ ଦେବବ୍ରତ ପାତ୍ର। ମଙ୍ଗଳବାର ମଧ୍ୟାହ୍ଣରେ କେନ୍ଦ୍ର ସରକାର ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ଗତବର୍ଷ ଜୁଲାଇ ୨୩ରେ ଡେପୁଟି ଗଭର୍ଣ୍ଣର ପଦରୁ ବିରଳ ଆଚର୍ଯ୍ୟ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦ ଖାଲି ପଡ଼ିଥିଲେ। ଏବେ ଶ୍ରୀ ପାତ୍ର ଏହି ପଦରେ ୩ ବର୍ଷ ପାଇଁ କାର୍ଯ୍ୟ କରିବେ। ସେ ଆରବିଆଇର ୪ର୍ଥ ଗଭର୍ଣ୍ଣର। ତାଙ୍କ ପାଖରେ ମନିଟାରୀ ପଲିସି ବିଭାଗ ରହିବ।

ପୂର୍ବରୁ ଶ୍ରୀ ପାତ୍ର ମନିଟାରୀ ପଲିସି ବିଭାଗର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଶ୍ରୀ ପାତ୍ର ଜଣେ ଏମପିସି ଭାବେ ପରିଚିତ। ସେ ଦେଶର ଆର୍ଥିକ ଅଭିବୃଦ୍ଧି ପାଇଁ ସୁଧହାର କମାଇବା ପାଇଁ ନିଆ ଯାଉଥିବା ନିଷ୍ପତ୍ତିରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

ପାତ୍ର ଆଇଆଇଟି ମୁମ୍ବାଇରେ ଅର୍ଥନୀତିରେ ପିଏଚ୍‌ଡି କରିଥିଲେ। ଅକ୍ଟୋବର ୨୦୦୫ରେ ସେ ମନିଟାରୀ ପଲିସି ବିଭାଗକୁ ଯିବା ପୂର୍ବରୁ ଅର୍ଥନୀତି ବିଶ୍ଲେଷଣ ବିଭାଗ ଓ ଅନ୍ତର୍ଜାତୀୟ ଫାଇନାନ୍ସ ପଲିସି ଇନଚାର୍ଜ ଭାବେ କାର୍ଯ୍ୟ କରିଥିଲେ।

ସେ ଆରବିଆଇରେ ୧୯୮୫ ମସିହାରୁ କାର୍ଯ୍ୟ କରିବା ଆରମ୍ଭ କରିଥିଲେ। ଫାଇନାନ୍ସିଆଲ ଷ୍ଟାବିଲିଟି ଉପରେ ସେ ହାର୍ବଡ ବିଶ୍ୱବିଦ୍ୟାଳୟରେ ପୋଷ୍ଟ ଡକ୍ଟୋରାଲ ରିସର୍ଚ୍ଚ କରିଛନ୍ତି। ଏହାପୂର୍ବରୁ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ ଆରବିଆଇର ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଥିଲେ।

By amfnews

Related Post