Sat. Mar 7th, 2026
189 Views

ଭୁବନେଶ୍ୱର  :  ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ମିଶନ ଶକ୍ତି ମେଳାରେ ବୁଲିଲେ ଓ କିଣାକିଣି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବାଇ ଘାସରେ ତିଆରି ଗହଣା ବାକ୍ସ ଓ ସପିଂ ବ୍ୟାଗ କିଣିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀକୁ ନବୀନ ପ୍ରଶଂସା କରିବା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ।  ଆଗାମୀ ଦିନରେ ଏହାର କିପରି ଅଧିକରୁ ଅଧିକ ପ୍ରଚାର ପ୍ରସାର ହୋଇପାରିବ ସେ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇଥିଲେ।

ଏଥର ମିଶନ ଶକ୍ତି ମେଳାରେ ୨୦୨ଟି ଷ୍ଟଲ ଲାଗିଛି। ଯେଉଁଥିରେ ବିଭିନ୍ନ ପ୍ରକାରର ହସ୍ତତନ୍ତ, ହସ୍ତଶିଳ୍ପ, ଜଙ୍ଗଲ ଜାତ ଦ୍ରବ୍ୟ, ଖାଦ୍ୟ ଜାତୀୟ ଦ୍ରବ୍ୟ, ମସଲା ଏବଂ ଅଣକୃଷି ଜାତୀୟ ଦ୍ରବ୍ୟ ବିକ୍ରି ହେଉଛି।

By amfnews

Related Post