Mon. Sep 14th, 2026

ରଜ ପରେ ବାହାରିବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

237 Views

ଭୁବନେଶ୍ୱର : ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ। ୧୭ ଓ ୧୮ ତାରିଖ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ଜୁନ୍ ୩ ତାରିଖରେ ପ୍ରକାଶ ପାଇଥିଲା। ମୋଟ ୯୭, ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୦,୭୦୬ ଜଣ ପାସ୍ କରିଥିଲେ। ସେମାନଙ୍କ ମଧ୍ୟରୁ ୨୦, ୮୦୬ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୨୩, ୯୦୪ ଜଣ ୨ୟ ଶ୍ରେଣୀରେ ଓ ୨୫, ୩୬୦ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଥିଲେ। ସେହିପରି ୪୦, ୦୫୮ ଜଣ ଛାତ୍ର ପାସ୍ କରିଥିବା ବେଳେ ୩୦, ୬୪୮ ଛାତ୍ରୀ ପାସ୍ କରିଥିଲେ। ଗତବର୍ଷ ଅପେକ୍ଷା ଏବର୍ଷ ଯୁକ୍ତ ଦୁଇ ବିଜ୍ଞାନ ପାସ୍ ହାର କମିଥିଲା।

By amfnews

Related Post