Sun. Mar 8th, 2026

ରାଜଧାନୀରେ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ

201 Views

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଜଣେ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ୟୁନିଟ୍‌-୧ ଅଞ୍ଚଳରେ ଏହି ଘଟଣା ଘଟିଛି। ଅଭିଯୁକ୍ତ ଅଜୟ ବାଗରକୁ ପୁଲିସ୍‌  ଗିରଫ କରିଛି।

ସୂଚନା ଅନୁସାରେ, ଛାତ୍ରୀ ଜଣକ ୟୁନିଟ୍‌-୧ ଅଞ୍ଚଳର ଏକ ବସ୍ତିରେ ରହୁଥିଲେ। ଅଜୟ ତାଙ୍କୁ ଆଗରୁ ମଧ୍ୟ ପିଛା କରି ବହୁ ସମୟରେ ଅଶ୍ଲୀଳ ଇଙ୍ଗିତ କରୁଥିଲେ ବୋଲି ଅଭିଯୋଗ ହୋଇଛି। ତେବେ ଗତ ରାତିରେ ସମ୍ପୃକ୍ତ ଛାତ୍ରୀ ଜଣକ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ଅଜୟ ଛାତ୍ରୀଙ୍କୁ ଉଠାଇ ନେଇ ଦୁଷ୍କର୍ମ ଉଦ୍ୟମ କରିଥିଲେ। ଏହି ସମୟରେ ଛାତ୍ରୀ ଜଣକ ଜୋରରେ ଚିତ୍କାର କରିବାରୁ ସେ ଫେରାର ହୋଇଯାଇଥିଲେ।

ଏହି ଘଟଣାକୁ ନେଇ ସମ୍ପୃକ୍ତ ଛାତ୍ରୀ ଜଣକ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ।  ପୁଲିସ୍‌ ଏକ ଟିମ୍‌ ଗଠନ କରି ଘଟଣା ଘଟିଥିବା ସ୍ଥାନରେ ଥିବା ଆଖପାଖ ବସ୍ତି ଉପରେ ଚଢ଼ଉ କରି ଅଜୟକୁ ଗିରଫ କରିଥିଲା। ଅଜୟର ଘର ପଶ୍ଚିମବଙ୍ଗରେ। ତେବେ ସେ ଭୁବନେଶ୍ୱରରେ ରହି ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିଲେ।

By amfnews

Related Post