Wed. Sep 30th, 2026

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି

215 Views

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରୁ ଏହି ସୂଚନା ମିଳିଛି। ତେବେ ଏହି କରୋନା ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ କେଉଁ ଅଞ୍ଚଳର, ତାହା ଜଣାପଡ଼ି ନାହିଁ। ଏହା ସହିତ ସେ କେମିତି ଏହାଦ୍ୱାରା ସଂକ୍ରମିତ ହେଲେ, ତାହା ବି ଜଣାପଡ଼ିନାହିଁ।

ଅନ୍ୟପକ୍ଷରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୭୩୪ଟି ସାମ୍ପଲ ଟେଷ୍ଟ୍ କରାଯାଇଛି। ସେଥିରୁ ୪୬୭୮ଟି ରିପୋର୍ଟ ନେଗେଟିଭ୍ ଆସିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।

By amfnews

Related Post