153 Views
ଭୁବନେଶ୍ୱର, ସେପ୍ଟେମ୍ୱର ୧ : ରାଜ୍ୟରେ ଆଜି ଆଉ ୧୧ ଜଣ କରୋନା ସଂକ୍ରମିତ ରୋଗୀଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଏହି ସୂଚନା ଦିଆଯାଇଛି ।
ଏହି ୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ, କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।