ଭୁବନେଶ୍ୱର, ଏପ୍ରିଲ 25 :
ରାଜ୍ୟରେ ମାଡ଼ି ମାଡ଼ି ଚାଲିଛି ମହାମାରୀ । ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୪୬ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ପଜିଭିଟ୍ ଚିହ୍ନଟ ହୋଇଛନ୍ତି ।
ଅନୁଗୁଳରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୨, ବରଗଡ଼ରୁ ୨୬୨, ଭଦ୍ରକରୁ ୮୭, ବରଗଡ଼ରୁ ୧୮୯, ବୌଦ୍ଧରୁ ୩୨, କଟକରୁ ୩୪୩, ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୮, ଗଜପତିରୁ ୭୮, ଗଞ୍ଜାମରୁ ୧୩୪, ଜଗତସିଂହପୁରରୁ ୭୩, ଯାଜପୁରରୁ ୩୨୪, ଝାରସୁଗୁଡ଼ାରୁ ୨୫୪, କଳାହାଣ୍ଡିରୁ ୩୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିଭଳି କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୧୧୮, ଖୋର୍ଦ୍ଧାରୁ ୮୭୫, କୋରାପୁଟରୁ ୭୧, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୫୮, ନବରଙ୍ଗପୁରରୁ ୩୧୮, ନୟାଗଡ଼ରୁ ୯୯, ନୂଆପଡ଼ାରୁ ୪୩୦, ପୁରୀରୁ ୧୮୦, ରାୟଗଡ଼ାରୁ ୧୦୪, ସମ୍ବଲପୁରରୁ ୨୮୦, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୭୮୫ ଏବଂ ଷ୍ଟେଟ୍ ପୁଲରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।