Fri. Apr 24th, 2026

ରାଜ୍ୟରେ ପୁଣି ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ

1205778418
240 Views

ଭୁବନେଶ୍ବର: ରାଜ୍ୟରେ ପୁଣି ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରଦତ୍ତ ତଥ୍ୟ ଅନୁଯାୟୀ,  ଗଞ୍ଜାମରୁ ସର୍ବାଧିକ ୪୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଏହାଛଡ଼ା  ଖୋର୍ଦ୍ଧାରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଭଦ୍ରକ ଜିଲ୍ଲାରେ ୯ ଓ ସୁନ୍ଦରଗଡ଼ ଜିଲ୍ଲାରେ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ଗୋଟିଏ ଦିନରେ କରୋନା ସଂକ୍ରମଣରେ ସେଞ୍ଚୁରୀ ମାରିଥିଲା ଓଡ଼ିଶା। ୫ଟି ଜିଲ୍ଲାରୁ ଗୋଟିଏ ଦିନରେ ୧୦୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏଥିରେ ସର୍ବାଧିକ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ରହିଥିଲେ। ଯାହାଫଳରେ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୫ଶହ ପାର କରିଥିଲା।

By amfnews

Related Post