Tue. Aug 11th, 2026

ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଦିନକରେ ୩୮୬୧ ଜଣ ନୂଆ ପଜିଟିଭ

400 Views

ଭୁବନେଶ୍ବର, ସେପ୍ଟେମ୍ବର ୦୭ : ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରୁ ୩୮୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦେଇଛି  ।

ସୋମବାର ଖୋର୍ଦ୍ଧାରୁ ସର୍ବାଧିକ ୭୬୭ ଜଣ ଓ କଟକରୁ ୩୮୬ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି  ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨ରେ ପହଞ୍ଚିଛି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ଲକ୍ଷ ୨୭ ହଜାର ୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୩୦,୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୯୬ ହଜାର ୩୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୪୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୧,୪୩,୫୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

By amfnews

Related Post