Fri. Apr 24th, 2026

ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା, ଗୋଟିଏ ଦିନରେ ସର୍ବାଧିକ ୧୮୩୩ କରୋନା ପଜେଟିଭ ରୋଗୀ ଚିହ୍ନଟ

1205778418
303 Views

ଭୁବନେଶ୍ୱର, ଅଗଷ୍ଟ ୦୭ : ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି । ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୧୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶୁକ୍ରବାର ଚିହ୍ନଟ ୧୮୩୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୬ ଲକ୍ଷ ୧୬ ହଜାର ୬୬୪ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪୨ ହଜାର ୫୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୬ ହଜାର ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୩୫ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୪୫ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ହଜାର ୩୭୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

By amfnews

Related Post