Sun. Sep 20th, 2026

ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବନକ ଲାଗି ବେଶ, ଚାରି ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ

272 Views

ପୁରୀ, ଏପ୍ରିଲ ୧୫ : ଆଜି ମାଘ ମାସ ଶୁଳ୍କ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିଲାଗି ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି  ।

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ଶ୍ରୀମନ୍ଦିରରେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନରେ ପ୍ରାୟ ୪ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

By amfnews

Related Post