Sun. Nov 24th, 2024

ସ୍ପଞ୍ଜ ଆଇରନ୍‌ କାରଖାନାରେ ଅଣନିଃଶ୍ୱାସୀ ହୋଇ ଦୁଇ ଶ୍ରମିକ ମୃତ

By amfnews Jan 7, 2020 #Featured
111 Views

ରାଉରକେଲା : ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଆଇଡିସି ଅଞ୍ଚଳରେ ଥିବା ‘ପୂଜା’ ସ୍ପଞ୍ଜ ଆଇରନ କାରଖାନାରେ ଅଣନିଃଶ୍ୱାସୀ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଅଜୟ ସମଦ ଏବଂ ଫ୍ରାନସିସ୍ କେର୍କେଟା।

ଗତକାଲି ଅଜୟ ଓ ଫ୍ରାନସିସ୍ କାରଖାନାର ଫରନେସ୍‌ ସଫା କଲା ବେଳେ ଅଣନିଃଶ୍ୱାସୀ ହୋଇ ସଂଜ୍ଞାହୀନ ହୋଇଯାଇଥିଲେ। ଉଭୟଙ୍କୁ ପ୍ରାୟ ରାତି ସାଢ଼େ ନଅଟା ବେଳେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ କାରଖାନା ପରିସରରେ ଓ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଆଜି ସକାଳେ ମଧ୍ୟ କାରଖାନା ସମ୍ମୁଖରେ ଶ୍ରମିକ ଓ ସ୍ଥାନୀୟ ଲୋକେମାନେ ଏକତ୍ରିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୁଲିସ୍‌ ମୁତୟନ ହୋଇଛନ୍ତି।  ଏଥିସହ ପୁଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

By amfnews

Related Post