Tue. Mar 10th, 2026

୧୦ରେ ଆସିବେ ଶିବରାଜ ସିଂହ ଚୌହାନ, ଓଡ଼ିଶାରୁ ଗ୍ରହଣ କରିବେ ସଦସ୍ୟତା

216 Views

ଭୁବନେଶ୍ବର : ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଉପସଭାପତି ଶିବରାଜ ସିଂହ ଚୌହାନ ଆସନ୍ତା ୧୦ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ୧୦ ତାରିଖ ସକାଳେ ଭୁବନେଶ୍ବରରେ ପହଞ୍ଚି ରାଜ୍ୟ କାର୍ଯ୍ୟାଳୟରେ ସଦସ୍ୟତା ଅଭିଯାନର ସମୀକ୍ଷା କରିବେ। ଏହା ପରେ ଖୋର୍ଦ୍ଧାର ଗୀତା ଭବନ ପଡ଼ିଆରେ ଏକ ବିଶାଳ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ‌େର ଯୋଗ ଦେବେ। ସେଠାରେ ଶ୍ରୀ ଚୌହାନ ସମସ୍ତଙ୍କୁ ସଦସ୍ୟ କରାଇବା ସହ ନିଜେ ଓଡ଼ିଶା ପ୍ରଦେଶରୁ ସକ୍ରିୟ ସଦସ୍ୟତା ଗ୍ରହଣ କରିବେ। ସନ୍ଧ୍ୟାରେ ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରିବେ। ୧୧ ତାରିଖ ସକାଳେ ଶ୍ରୀ ଚୌହାନ ଗଣମାଧ୍ୟମକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

By amfnews

Related Post