Sun. Mar 8th, 2026

୨୪ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

172 Views

ଭୁବନେଶ୍ୱର  : ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ଦିନରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡା ଆଦି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ଓ୍ଵାର୍ଣ୍ଣଂ ଜାରି କରିଛି।

୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡା ସହିତ ବାଲେଶ୍ୱର, ମୟୁରଭଞ୍ଜ,ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କଟକ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡା, ବାଲେଶ୍ୱର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କଟକ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ସୋନପୁର, ବରଗଡ଼, କନ୍ଧମାଳ, ମାଲକାନଗିରି, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି।

By amfnews

Related Post