96 Views
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି-ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, ନୟାଗଡ଼, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ା। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି।
ସେ କହିଛନ୍ତି,“ ଘନ କୁହୁଡ଼ି ନେଇ ତିନୋଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।”